ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହୋଇଛି। ଆଗାମୀ ୪ ଦିନ ଧରି ସାରା ରାଜ୍ୟରେ ବର୍ଷା ଲାଗି ରହିବ। ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

କେତେକ ସ୍ଥାନରେ ୧୦୦ ମିମିରୁ ଅଧିକ ପରିମାଣର ବର୍ଷା ହେବାର ସମ୍ଭାବନା ରହିଛି।

ବୁଧବାର ସନ୍ଧ୍ୟାରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗି ରହିଛି। ଉପକୂଳ ଓଡ଼ିଶାର ଜିଲ୍ଲାମାନଙ୍କରେ ପୁରୀ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଗାମୀ ୨୭ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ହେବ। ୨୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛନ୍ତି।

Comment