ଓଡ଼ିଶାଲାଇଭ୍ ବ୍ୟୁରୋ

କିଛି ଦିନ ହେବ ରାଜ୍ୟରେ ଲାଗି ରହିଛି ବର୍ଷା। ଏହି ବର୍ଷା ଆହୁରି ଚାରି ଦିନ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଲାଗି ରହିବ ବର୍ଷା। ଆସନ୍ତା ୨୪ ଘଣ୍ଟା କଳାହାଣ୍ଡି, ଗଜପତି, ରାୟଗଡ଼ା, ଖୋର୍ଦ୍ଧା, ବୌଦ୍ଧ ଓ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସମୁଦ୍ର ଅଶାନ୍ତ ରହିଥିବାରୁ ଆସନ୍ତା ୪୮ ଘଣ୍ଟା ଯାଏଁ ସମୁଦ୍ର ମଧ୍ୟକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ଆସନ୍ତା ଦୁଇଦିନ ପରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Comment