ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉପକୂଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ। ଏଥିପାଇଁ ରାଜ୍ୟରେ ଆଗାମୀ ୪ରୁ ୫ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାର ୮ଟି ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣି ଜାରି କରିଛି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ ଓ ସୋନପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଏହି ସମୟରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ରେଡ୍‌ ୱାର୍ଣ୍ଣି ଜାରି କରିଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ।

Comment