ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଏହା ପ୍ରଭାବରେ ବର୍ଷା ଲାଗି ରହିଛି। ଆଗାମୀ ୨୪ଘଣ୍ଟା ପାଇଁ ତିନୋଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବଙ୍ଗୋପସାଗରରେ ମନସୁନ୍‌ ଟ୍ରାପ୍ ଲାଇନ୍‌ ସହିତ ଘୂର୍ଣ୍ଣିବଳୟ ମଧ୍ୟ ରହିଛି। ଏଥିପାଇଁ ଆଗାମୀ ୫ ଦିନ ଯାଏଁ ବର୍ଷା ଲାଗି ରହିବ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ବଲାଙ୍ଗିର, କନ୍ଧମାଳ ଓ ସୋନପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପଟେ ରାୟଗଡ଼ା, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଅନୁଗୁଳ, କଟକ, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ମଧ୍ୟମ ଧରଣର ବର୍ଷା ହେବ।

Comment