ଓଡ଼ିଶାଲାଇଭ୍ ବ୍ୟୁରୋ

ଅଗଷ୍ଟ ୨ରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ୪ ତାରିଖରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅଗଷ୍ଟ ୩ରୁ ୪ ତାରିଖ ଯାଏଁ ଅରେଞ୍ଜ ଆଲର୍ଟ ଜାରି କରିଛନ୍ତି ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗ।

୨ଓ ୩ ତାରିଖରୁ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ପକ୍ଷରୁ ବୁଲେଟିନ୍ ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ଫଳରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।

Comment