ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ କିଛି ଦିନରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ। ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ୪ ତାରିଖ ବେଳକୁ ଘନିଭୂତ ହେବ। ଫଳରେ ଅଗଷ୍ଟ ୭ ଯାଏଁ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ଏନେଇ ସିଇସି ପକ୍ଷରୁ କୁହାଯାଇଛି।

ବାଲେଶ୍ୱର, ଭଦ୍ରକ, ଜୟପୁର, କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ ଓ ଢେଙ୍କାନାଳରେ ଅଗଷ୍ଟ ୨ରୁ ବର୍ଷାର ପରିମାଣ ବଢ଼ିବ। ଏନେଇ ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି।

ଅଗଷ୍ଟ ୩ରୁ ୬ ଯାଏଁ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ଝାରସୁଗୁଡ଼ା, ଦେଓଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ତି ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସମୟରେ ଘଣ୍ଟାକୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ।

Comment