ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହେବକୁ ଥିବା ଲଘୁଚାପ ପାଇଁ ସାରା ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ। ତେବେ ମୌସୁମୀ ପ୍ରଭାବରୁ ଗୁରୁବାର ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ରାଜ୍ୟର ୧୨ଟି ଜିଲ୍ଲାକୁ ସତର୍କ ସୂଚନା  ଜାରି କରିଛି।

ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲେ, ଭଦ୍ରକ, କଟକ, ଗଜପତି, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କେରାପୁଟ, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼, ପୁରୀ ଏବଂ ରାୟଗଡ଼ା।

ପାଣିପାଗ ବିଭାଗର ଲାଟେଷ୍ଟ ବୁଲେଟିନ୍‌ରେ ଏହି ସ୍ଥାନଗୁଡ଼ିକରେ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍‌ଣ ୨ଟାରୁ ସନ୍ଧ୍ୟା ୭ଟା ଯାଏଁ ଏହି ସବୁସ୍ଥାନଗୁଡ଼ିକରେ ପ୍ରବଳ ବର୍ଷା ସହ ଝଡ଼ତୋଫାନ ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ମୌସୁମୀ ପ୍ରଭାବରୁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିଥିବା ବେଳେ ଅନ୍ୟପଟେ ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତି ଉପୁଜିଛି।

Comment