ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହା ଆସନ୍ତା ୮ ତାରିଖ ଯାଏଁ ଚାଲିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଲେଟିନ୍ ଜାରି କରାଯାଇଛି।

ଅଗଷ୍ଟ ୪ରେ ଉତ୍ତର ବଙ୍ଗୋପସାଗରର ନିକଟବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି।

ଗଞ୍ଜାମ, ପୁରୀ, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ପାଣିପାଗ ବିଭାଗର କହିବା ଅନୁସାରେ ରାଜ୍ୟରେ ସ୍ୱାଭାବିକଠାରୁ କମ୍ ବର୍ଷା ହୋଇଛି। ବର୍ତ୍ତମାନ ସୁଦ୍ଧା ୨୧ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି।

Comment