ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜଧାନୀ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପାଣ୍ଡରା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପାଇଖାନା ଟାଙ୍କିରେ କାମ କରୁଥିବା ବେଳେ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ପାଇଖାନା ଟାଙ୍କିରେ କାମ କରୁଥିବା ବେଳେ ହଠାତ୍‌ ଟାଙ୍କିର ଫଲ୍ସ ଖସି ପଡ଼ିଥିଲା। ପ୍ରାଥମିକ ସୂଚନା ଅନୁଯାୟୀ, ଏହି ଦୁର୍ଘଟଣାରେ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ତେବେ ଏଥିରେ ଆଉ କାହାର ଜୀବନହାନୀ ହୋଇଛି ନା ନାହିଁ ସେନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ।

ମୃତ ଶ୍ରମିକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦୁର୍ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି।

Comment