ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟ ସରକାର ଶୁକ୍ରବାର ଆଇଏଏସ୍‌ ଏବଂ ଓଏଏସ୍‌ ସ୍ତରରେ ଏକ ଛୋଟଧରଣର ଅଦଳବଦଳ କରିଛନ୍ତି। ଏହି ଅଦଳବଦଳ ପ୍ରକ୍ରିୟାରେ ଭୁବନେଶ୍ୱର ମୁନିସିପାଲ କର୍ପୋରେସନର ପ୍ରଶାସକ ତଥା ଗୃହିନର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ସଂଗ୍ରାମଜିତ୍ ନାୟକଙ୍କୁ ଭୁବନେଶ୍ୱର ମହାନଗର ନିଗମର ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି।

ସେହିପରି ୨୦୦୪ ବ୍ୟାଚ୍‌ ଆଇଏସ୍‌ ଅଫିସର ତଥା ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକ ନିରଞ୍ଜନ ସାହୁଙ୍କୁ  ଶ୍ରମ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି।

୨୦୦୭ ବ୍ୟାଚ୍‌ ଆଇଏସ୍‌ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ନିର୍ଦ୍ଦେଶକ ସୁଶାନ୍ତ ମହାପାତ୍ରଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି।

ନୟାଗଡ଼ ଜିଲ୍ଲାପାଳ ଡକ୍ଟର ଏନ୍ ଥିରୁମାଳା ନାଏକଙ୍କୁ ମତ୍ସ୍ୟ ବିଭାଗ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଏତିସହିତ ଡକ୍ଟର ଥିରୁମାଳା ନାଏକ ସିଏମଜିଆଇ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

ସେହିପରି କୋରାପୁଟ ଜିଲ୍ଲାପାଳ ଡକ୍ଟର ପୋମା ଟୁଡୁଙ୍କୁ ନୟାଗଡ଼ ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବା ବେଳେ ତାଙ୍କ ବଦଳରେ ବରିଷ୍ଠ ଓଏଏସ୍ ମଧୁସୂଦନ ମିଶ୍ରଙ୍କୁ କୋରାପୁଟ ଜିଲ୍ଲାପାଳ ଭାବେ ପଦୋନ୍ନତୀ ମିଳିଛି।

ବାଲିଗୁଡ଼ା ଉପଜିଲ୍ଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବଙ୍କୁ ବ୍ରହ୍ମପୁର ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

LEAVE A REPLY

Please enter your comment!
Please enter your name here