ଓଡ଼ିଶାଲାଇଭ୍‌ ବ୍ୟୁରୋ

ଅଗଷ୍ଟ ୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଏହି ୭ ଦିନରେ ଦକ୍ଷିଣ ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିବ। ଭାରତୀୟ ପାଣିପାଗ ବିଭାଗର ଆକଳନ ମୁତାବକ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବର୍ଷା ପରିମାଣ ଅଧିକ ରହିବ। ଏଥିସହ ବିଭିନ୍ନ ସ୍ଥାନରେ ଆକଶ ମେଘାଚ୍ଛନ୍ନ ରହିବ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର,  କଳାହାଣ୍ଡି, ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଏନେଇ ପ୍ରସ୍ତୁତ ରହିବାକୁ ୫ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ବିଷ୍ଣୁ ପଦ ସେଠୀ।

ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାରେ ବନ୍ୟା ସ୍ଥିତି ଉପୁଜିପାରେ ବୋଲି ଆଶଙ୍କା କରାଯାଉଛି। ତେଣୁ ଆବଶ୍ୟକ ପଦକ୍ଷେପ ନେବା ସହ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Comment