ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଉପରେ ସେତେଟା ପ୍ରଭାବ ପକାଇନଥିବା ବେଳେ ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ ହେବାର ଆଶଙ୍କା କରାଯାଉଛି। ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୁର୍ଣ୍ଣିବଳୟ ରହିଥିବା ଜଣାପଡ଼ିଛି।

ଏହି ଘୁର୍ଣ୍ଣିବଳୟ ଆସନ୍ତା ୬ କିମ୍ବା ୭ ଅଗଷ୍ଟକୁ ଲଘୁଚାପର ରୂପ ନେଇପାରେ। ଏହା ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ୫ ତାରିଖରୁ ବର୍ଷା ଆରମ୍ଭ ହେବାକୁ ଥିବା ବେଳେ ଅଗଷ୍ଟ ୭ ମଧ୍ୟରେ ସାରା ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅନ୍ୟପକ୍ଷରେ ରବିବାର ସନ୍ଧ୍ୟା ୪.୩୦ଟା ଯାଏଁ ରାଜ୍ୟର ଭଦ୍ରକ, କେନ୍ଦ୍ରାପଡ଼ା, ଝଗତସିଂହପୁର ଏବଂ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Comment