ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୬ରୁ ୮ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଲେଟିନ୍ ଜାରି କରାଯାଇଛି।

୮ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗି ରହିବ। ଏହାପରେ ପାଗ ସ୍ୱାଭବିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ମାଲକାନଗିରି, କୋରାପୁଟ, କନ୍ଧମାଳ, କେନ୍ଦୁଝର, ଯାଜପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।

Comment