ଓଡ଼ିଶାଲାଇଭ୍ ବ୍ୟୁରୋ

  • ୪୫ରୁ ୬୫ କିମି ବେଗରେ ପବନ ବହିବାର ସମ୍ଭାବନା
  • ଆଗାମୀ ୪୮ ଘଣ୍ଟା ମଧ୍ୟରେ ସମୁଦ୍ର ମଧ୍ୟକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ

ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଉପକୂଳ-ପଶ୍ଚିମବଙ୍ଗ ଉପକୂଳରେ ଏକ ଅବପାତ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ତୀବ୍ର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ।

ଏହାର ପ୍ରଭାବରେ ଅଗଷ୍ଟ ୬ ଓ ୭ରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ଏବଂ ଅଳ୍ପ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ରହିଛି।

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ୩୫ରୁ ୪୦ କିଲୋମିଟର ବେଗରେ ପବନ ବହି ଏହା ୫୦ କିଲୋମିଟରରେ ପହଞ୍ଚିବାର ସମ୍ଭାବନା ରହିଛି।

ଏହି ଅବପାତ ପ୍ରଭାବରେ ଅଗଷ୍ଟ ୬ ଓ ୭ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇ

Comment