ଓଡ଼ିଶାଲାଇଭ୍‌ ବ୍ୟରୋ

ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଶୁକ୍ରବାର ତାଙ୍କୁ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ଜେଟଲୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତର ସୂଚନା ଦେଇଛନ୍ତି। ଡାକ୍ତରୀ ଟିମ୍‌ ଲଗାତର ଜେଟଲୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରୁଛନ୍ତି। ଶନିବାର ସକାଳୁ ସକାଳୁ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଜେଟଲୀଙ୍କୁ ସାକ୍ଷାତ କରିବା ପାଇଁ ଏମ୍ସ ପହଞ୍ଚିଥିଲେ।

ନିଶ୍ୱାସ ନେବାରେ ଅସୁବିଧା ହେବାରୁ ଜେଟଲୀଙ୍କୁ ଦିଲ୍ଲୀ ଏମ୍ସ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ଏମ୍‌ସ କାର୍ଡିଓଲୋଜିକାଲ ଡିପାର୍ଟମେଣ୍ଟରେ ତାଙ୍କର ଚିକିତ୍ସା ଚାଲିଛି।

ଏନେଇ ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପ୍ରମୁଖ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଜାଣିବା ପାଇଁ ହସ୍ପିଟାଲରେ ପହଞ୍ଚିଥିଲେ।

Comment