ଓଡ଼ିଶାଲାଇଭ୍‌ ବ୍ୟୁରୋ

ଅଗଷ୍ଟ ୧୨ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏନେଇ ଭାରତୀୟ ପାଣିପାଗ ଆକଳନ କରିଛି। ଲଘୁଚାପ ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଓଡ଼ିଶାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର ସହ ଉତ୍ତର ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆଜି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା କାଲିଠାରୁ ବର୍ଷାର ପରିମାଣ ବଢିପାରେ। ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଲେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର ,ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼।

Comment