ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ଉତ୍ତର ଓଡ଼ିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ। ଆସନ୍ତାକାଲି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦୁଇଦିନ ପରେ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ।

୧୨ ତାରିଖରେ ଦିନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ। ଏହାର ପୂର୍ବ ଦିନରୁ ବର୍ଷା ହେବ ଅର୍ଥାତ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।

ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାରେ ପ୍ରବଳ ବର୍ଷା ହେବଳ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Comment