ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ପ୍ରଭାବରେ ୧୪ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷ କରି ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବ।

ଗତକାଲି ମୟୁରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା,କେନ୍ଦୁଝର, ନବରଙ୍ଗପୁର, ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିଲା। ଆଜି ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୨ ତାରିଖରୁ୧୪ ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Comment