ଓଡ଼ିଶାଲାଇଭ୍‌ ବ୍ୟୁରୋ

ସୋମବାରଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ଲଗାଣ ବର୍ଷ ଫଳରେ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।

ଆଜି ମଧ୍ୟ ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ରାତି ୧୦ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଏହି ସବୁ  ଜିଲ୍ଲା ହେଲା ନୂଆପଡା, ବଲାଙ୍ଗିର, ବୌଦ୍ଧ, ସୋନପୁର, କନ୍ଧମାଳ, ସମ୍ବଲପୁର, ଝାରସୁଗୁଡା, ଅନୁଗୋଳ, ଦେବଗଡ, ସୁନ୍ଦରଗଡ ଏବଂ କେନ୍ଦୁଝର।

Comment