ଓଡ଼ିଶାଲାଇଭ୍ ବ୍ୟୁରୋ

କଟକ: ଏସ୍‌ସିବି ମେଡିକାଲ୍ କଲେଜରେ ଚଳିତ ବର୍ଷର ପ୍ରଥମ ଡେଙ୍ଗୁ ରୋଗୀଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ଦେବକୀ ବେହେରା (୬୦)। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ବାଳକାଟି ଗାଁରେ।

ବାଳକାଟି ଗ୍ରାମର ରବିନ୍ଦ୍ର ବେହେରାଙ୍କ ସ୍ତ୍ରୀ ଦେବକୀ ଜ୍ୱରରେ ଆକ୍ରାନ୍ତ ହୋଇ ଗତ ୨୯ ତାରିଖରେ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ସ୍ୱତନ୍ତ୍ର ଡେଙ୍ଗୁ ୱାର୍ଡର ଆଇସିୟୁ ବେଡ୍ ନମ୍ବର ୬ରେ ରହି ସେ ଚିକିତ୍ସିତ ହେଉଥିଲେ। ମାତ୍ର ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସି ନଥିଲା। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳ ସାଢେ ୫ଟାରେ ତାଙ୍କର ମୃତ୍ୟୁ ଘଟିଥିଲା।

ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଏସ୍‌ସିବିରେ ୨୯ ଜଣ ଡେଙ୍ଗୁ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ୨୪ ଜଣ ରୋଗୀ ସ୍ୱତନ୍ତ୍ର ଡେଙ୍ଗୁ ୱାର୍ଡରେ ଭର୍ତ୍ତି ହୋଇଥିବା ବେଳେ ୫ ଜଣ ଗୁରୁତର ଅବସ୍ଥାରେ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି।

Comment