ଓଡ଼ିଶାଲାଇଭ୍ ବ୍ୟୁରୋ

ମୟୂରଭଞ୍ଜ ଜିଲ୍ଲାରେ ୭୩ତମ ସ୍ଵାଧୀନତା ଦିବସ ରିଜର୍ଭ ପୋଲିସ ପଡ଼ିଆ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ପଞ୍ଚାୟତିରାଜ, ପାନୀୟଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ।

ଜିଲ୍ଲା ସ୍ତରୀୟ ଏହି ମିଳିତ ପରେଡ୍‌ରେ ୪୦ରୁ ଅଧିକ କ୍ୟାଡେଟମାନେ ଅଂଶ ଗ୍ରହଣ କରିଥିଲେ। ଶ୍ରେଷ୍ଠ କ୍ୟାଡେଟଙ୍କୁ ପୁରଷ୍କୃତ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

Comment