ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ରାଜ୍ୟର ୧୨ଟି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ରାଜ୍ୟର ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ, ଗଜପତି, ଗଞ୍ଜାମ, ଯାଜପୁର, କନ୍ଧମାଳ, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ ନୟାଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ୧୨ଟି ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଦେଇଛନ୍ତି।

Comment