ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶାର ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବା ପାଇଁ ଆସନ୍ତା ସେପ୍ଟେମ୍ବର ୧୮ ତାରିଖରେ ହେବାକୁ ଯାଉଛି ଚତୁର୍ଥ ଓଡ଼ିଶା ଟୁରିଜମ କନକ୍ଲେଭ। ହୋଟେଲ ଆଣ୍ଡ ରେସ୍ତୋରାଁ ଆସୋସିଏସନ ଅଫ ଓଡ଼ିଶା (ଏଚଆରଏଓ) ପକ୍ଷରୁ ଏହି ଓଡ଼ିଶା ଟୁରିଜିମ କନକ୍ଲେଭ୍କୁ ଆୟୋଜନ କରାଯାଉଛି।

ଏହି କନକ୍ଲେଭ୍‌ରେ ପର୍ଯ୍ୟଟନ ଶିଳ୍ପ, ହୋଟେଲ ମାଲିକ, ଟୁର୍ ଅପରେଟର୍, ମଡିଆ, ଡିଜିଟାଲ ମାର୍କେଟିଂ, ବ୍ଲଗର୍ସ, ଏୟାରଲାଇନ୍ସ, ଫିଲ୍ମ ନିର୍ମାତା, ପର୍ଯ୍ୟଟନ କ୍ଷେତ୍ର ସହ ଜଡ଼ିତ ବ୍ୟକ୍ତି, ବିଭିନ୍ନ ଶିଳ୍ପସଂସ୍ଥାର ଅଧିକାରୀ, କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କର ବରିଷ୍ଠ ଅଧିକାରୀ, ବୁଦ୍ଧିଜୀବୀମାନେ ଯୋଗଦେଇ ଆଲୋଚନା କରିବେ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଏବଂ ରାଜ୍ୟ ମନ୍ତ୍ରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଓଡ଼ିଶା ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବା ପାଇଁ ଏହି ଅଧିବେଶନରେ ବିସ୍ତୃତ ଭାବେ ଆଲୋଚନା କରାଯିବ। ଏଥିସହିତ ନୂଆ ଟୁରିଜିମ୍‌ ପଲିସି ୨୦୨୦ ଗଠନ କରିବାରେ ଏହି କନ୍‌କ୍ଲେଭ ବିଶେଷ ସହାୟକ ହେବ ବୋଲି ଆଶା କରାଯାଉଛି।

Comment