ଓଡ଼ିଶାଲାଇଭ୍‌ ବ୍ୟୁରୋ

ବରିଷ୍ଠ ଆଇଏଏସ୍‌ ଅଫିସର ଗଗନ ଧଳ ଚାକିରିରୁ ଇସ୍ତଫା ଦେଇଛନ୍ତି। ୧୯୮୫ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ଗଗନ ଧଳ କୃଷି ଓ ଉତ୍ପାଦନ କମିଶନର ଭାବେ କାର୍ଯ୍ୟରତ ଥିଲେ। ଅବସରର ୪ ମାସ ପୂର୍ବରୁ ସେ ଚାକିରିରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି।

ଚଳିତ ବର୍ଷ ଡିସେମ୍ବର ଯାଏଁ ତାଙ୍କର ଚାକିରି କାର୍ଯ୍ୟକାଳ ଥିଲା। ଅସନ୍ତୋଷ କାରଣରୁ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି।

ଗଗନ ଧଳଙ୍କ ସ୍ଥାନରେ ପ୍ରଦୀପ୍ତ ମହାପାତ୍ରଙ୍କୁ କୃଷି ଉତ୍ପାଦନ କମିଶନର ଭାବେ ନିଯୁକ୍ତି ମିଳିଛି। ଏଥିରେ ଗଗନ ଧଳ ଅସନ୍ତୋଷ ପ୍ରକାଶ କରି ଇସ୍ତଫା ଦେଇଥିବା କୁହାଯାଉଛି। ପ୍ରଦୀପ୍ତ ମହାପାତ୍ର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ତୁଲାଉଥିଲେ।

Comment