ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ପୂର୍ବତନ ଅରୁଣ ଜେଟଲୀଙ୍କ ସ୍ୱାସ୍ଥ୍ୟବସ୍ଥା ପୁଣିଥରେ ଗୁରୁତର ହୋଇ ପଡ଼ିଛି। ସେ ଏବେ ଶ୍ୱାସକ୍ରିୟା ଜନିତ ସମସ୍ୟାରେ ପୀଡ଼ିତ ଅଛନ୍ତି। ଡାକ୍ତରୀ ଟିମ୍ ଲଗାତର ଜେଟଲୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରୁଛନ୍ତି।
ଆଜି ପୁଣି ତାଙ୍କ ସ୍ୱାସ୍ଥ୍ୟବସ୍ଥା ଜାଣିବା ପାଇଁ ଗୃହମନ୍ତ୍ରୀ ଅମିତ ଶାହ ଏମ୍ସ ଯିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବା ଜାଣି ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଭେଟିବାକୁ ହସ୍ପିଟାଲ ଯାଇଥିଲେ।
ଏମ୍ସ କାର୍ଡିଓଲୋଜିକାଲ ଡିପାର୍ଟମେଣ୍ଟରେ ତାଙ୍କର ଚିକିତ୍ସା ଚାଲିଛି। ଅଗଷ୍ଟ ୯ ତାରିଖରୁ ସେ ହସ୍ପଟାଲରେ ଭର୍ତ୍ତି ଅଛନ୍ତି।









