ଓଡ଼ିଶାଲାଇଭ୍‌ ବ୍ୟୁରୋ

ବଙ୍ଗୋପସାଗରେ ବସା ବାନ୍ଧୁଛି ଆଉ ଏକ ଲଘୁଚାପ। ଫଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଲଘୁଚାପଜନିତ ବର୍ଷା ଯୋଗୁଁ ରାଜ୍ୟର ୧୫ ଟି ଜିଲ୍ଲାକୁ ସତର୍କ କରାଯାଇଛି।

ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିଝଡ଼ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏଘୁଚାପର ରୂପ ନେବ। ଯାହା ଫଳରେ ଓଡ଼ିଶାର ଯାଜପୁର, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦ୍ରବାପଡ଼ା, ନୟାଗଡ଼, ଅନୁଗୁଳ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ବର୍ତ୍ତମାନ ପରିସ୍ଥିତିରେ ରାଜ୍ୟର ବିଭିନ୍ନ ନଦୀରୁ ଜଳସ୍ତର ହ୍ରାସ ପାଉଥିବା ବେଳେ ବନ୍ୟା ପରିସ୍ଥିତିରେ ସୁଧାର ଆସିଛି। ହେଲେ ପୁଣି ଏକ ଲଘୁଚାପ ଯୋଗୁଁ ଅଗାମୀ ୨୪ ଘଣ୍ଟା ଯାଏଁ ପ୍ରବଳରୁ ଅତି ପ୍ରଳ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଲଘୁଚାପକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବିଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Comment