ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ହେବାରୁ ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ଲାଗି ରହିବା ସହ କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣଂ ଜାରି କରାଯାଇଛି।

୨୦ ତାରିଖରେ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ। କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ ୟେଲୋ ଓ୍ୱାର୍ଣ୍ଣଂ ଜାରି କରାଯାଇଛି ବୋଲି ପାଣିପାଗ ବୁଲେଟିନ୍‌ରେ ସୂଚନା ଦିଆଯାଇଛି।

୨୦ ତାରିଖରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Comment