ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ବଢ଼ିବ ବର୍ଷା। ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ତିନି ଦିନ ଧରି ବର୍ଷା ଲାଗି ରହିବ।

ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗିର, ମୟୂରଭଞ୍ଜ, କେନ୍ଦୁଝର, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ରାୟଗଡ଼ା, କୋରାପୁଟ, ଖୋର୍ଦ୍ଧା ଓ ସୋନପୁର ଜିଲ୍ଲାରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି।

ଉପକୂଳ ଓ ଉତ୍ତର ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

Comment