ଓଡ଼ିଶାଲାଇଭ ବ୍ୟୁରୋ    

   

ପୁରୀ ଶ୍ରୀମନ୍ଦିରରେ ବାର ମାସରେ ତେର ପର୍ବ ପାଳନ କରାଯାଏ। ସେହିପରି ଗୁରୁବାର ଜନ୍ମାଷ୍ଟମୀ ନୀତି ଅନୁଷ୍ଠିତ ହେବ ଏ ନେଇ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତି ଚୂଡ଼ାନ୍ତ ହୋଇଛି। ଦିନ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ। ଭକ୍ତମାନେ ଆସନ୍ତା କାଲି ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ।

ଶ୍ରୀମନ୍ଦିର ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟ ଅନୁସାରେ, ଆସନ୍ତା କାଲି ସକାଳୁ ମହାପ୍ରଭୁଙ୍କ ଦର୍ଶନ କାରାଯିବ। ହେଲେ ସଂଧ୍ୟା ଧୂପ ପରେ ଜନ୍ମାଷ୍ଟମୀ ନୀତି ଆରମ୍ଭ ହେବ। ଏଥି ପାଇଁ ସଂଧ୍ୟା ୬ରୁ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ରାତି ୧୧ଟା ପରେ ମହାପ୍ରଭୁ ପୁନର୍ବାର ଭକ୍ତଙ୍କୁ ଦର୍ଶନ ଦେବେ।

Comment