ଓଡ଼ିଶାଲାଇଭ୍ ବ୍ୟୁରୋ

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତି ଅନୁଷ୍ଠିତ ହେବ। ଶ୍ରୀକୃଷ୍ଣ ଜନ୍ମୋତ୍ସବ ନୀତି ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଜନ୍ମାଷ୍ଟମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି ଯୋଗୁଁ ମହାପ୍ରଭୁଙ୍କ ଦର୍ଶନ ୫ ଘଣ୍ଟା ପାଇଁ ବନ୍ଦ ରହିବ।

ସନ୍ଧ୍ୟା ଧୂପ ନୀତି ପରେ ବିଧିବଦ୍ଧ ଭାବେ ଠାକୁରଙ୍କ ଜନ୍ମାଷ୍ଟମୀ ଉତ୍ସବ ଅନୁଷ୍ଠିତ ହେବ। ଏହି ସମୟରେ ଭକ୍ତମାନେ ଠାକୁରଙ୍କ ଦର୍ଶନ ପାଇପାରିବେ ନାହିଁ। ଶୁକ୍ରବାର ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏଁ ଠାକୁରଙ୍କ ଏହି ନୀତି ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।

ଏହାସହ ପୁରୀର ବିଭିନ୍ନ ମଠମାନଙ୍କରେ ଭଜନ କୀର୍ତ୍ତନ କରାଯିବ।

Comment