ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଆଉ ଏକ ଘର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ। ଏହାରି ପ୍ରଭାବରେ ଉତ୍ତର-ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଲଘୁଚାପ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି  ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି।

ଆସନ୍ତାକାଲି ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ମୟୂରଭଞ୍ଜ, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ଅନୁଗୋଳ, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Comment