ଓଡ଼ିଶାଲାଇଭ ବ୍ୟୁରୋ

ଏକ ସଡ଼କ ଦୁର୍ଘଟଣାରେ ବୌଦ୍ଧ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ରମାକାନ୍ତ ସେଠୀଙ୍କ ମୃତ୍ୟୁ ଘଟିଛି। ବୌଦ୍ଧ ଜିଲ୍ଲାଠୁ ୪୦ କିଲୋମିଟର ଦୂରରେ କଲରାକୋଠା ନିକଟରେ ଏହି ଦୂର୍ଘଟଣା ଘଟିଛି। ଏଥିରେ ତାଙ୍କ ଡ୍ରାଇଭର ମଧ୍ୟ ଗରୁତର ଆହତ ହୋଇଛନ୍ତି। ତାଙ୍କୁ ନିକଟସ୍ଥ ଡାରକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଅତିରିକ୍ତ ଜିଲ୍ଲାପାଳ ଭୁବନେଶ୍ଵରରୁ କାମ ସାରି ତାଙ୍କ ସରକାରୀ କାର୍‌ରେ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। କଲରାକୋଠା ନିକଟରେ ଡ୍ରାଇଭର ଭାରସାମ୍ୟ ହରାଇ ଗାଡ଼ିଟିକୁ ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ଦେଇଥିଲେ। ଏଥିରେ ଡ୍ରାଇଭର ଓ ଜିଲ୍ଲାପାଳ ଆହତ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଜିଲ୍ଲାପାଳଙ୍କୁ ମୃତ ଘୋଷଣା କରିଥିଲେ।

ଅତିରିକ୍ତ ଜିଲ୍ଲାପାଳ ରମାକାନ୍ତ ସେଠୀଙ୍କୁ ୫୫ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁରେ ସାରା ବୌଦ୍ଧ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।

Comment