ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର ପୂର୍ବ ବଙ୍ଗୋପସାଗରରେ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହି ଲଘୁଚାପ ପ୍ରଭାବରେ ବୁଧବାରଠାରୁ ରାଜ୍ୟରେ ବର୍ଷା ବଢିବାର ସମ୍ଭାବନା ରହିଛି। ଦୁଇ ତିନି ଧରି ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଅନୁମାନ କରାଯାଉଛି।

ଦକ୍ଷିଣ ଉପକୂଳ ଓଡିଶାର ଅନେକ ସ୍ଥାନରେ ବର୍ଷା ହେବ। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି  ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବ। ୨୮ ଲଘୁଚାପ ପରେ ୨ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି।

Comment