ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଉତ୍ତର, ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ଆଗାମୀ ୪ରୁ ୫ ଦିନ ପରେ ପୁଣି ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଗତ ୨୪ ଘଣ୍ଟାରେ କେନ୍ଦୁଝର ଜିଲ୍ଲାର ସୁଆମପାଟଣାରେ ସର୍ବାଧିକ ୨୫.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ୫ଟି ଜିଲ୍ଲାରେ ୨୦ରୁ ୩୦ ପ୍ରତିଶତ କମ ବର୍ଷା ରେକର୍ଡ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।
ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ହବିବୁର ରେହମାନ ବିଶ୍ୱାସ ସୂଚନା ଦେଇଛନ୍ତି।