ଓଡ଼ିଶାଲାଇଭ ବ୍ୟୁରୋ

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହି ଲଘୁଚାପ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶାରେ ସକ୍ରିୟ ହୋଇ ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ସେପ୍ଟେମ୍ଵର ୨ରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ତେଣୁ ଆସନ୍ତା ୪ଦିନ ଧରି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ ଓ ଗଜପତିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଯାଜପୁର ଓ ନୟାଗଡ଼ରେ ଘଡ଼ଘଡ଼ି ସହ ବର୍ଷା ହେବ।

ତେଣୁ ସେପ୍ଟେମ୍ଵର ୨ରେ ଗଣେଶ ପୂଜା ଥିବାରୁ ଲଘୁଚାପ ଯୋଗୁଁ ଏହା ଉପରେ ପ୍ରଭାବ ପଡ଼ିବ। ଏହି ଲଘୁଚାପରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Comment