ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା ୨ ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗରରେରେ ଲଘୁଚାପ ସୃଷ୍ଟି ହେବ। ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ।  ଏହା ପ୍ରଭାବରେ ଓଡ଼ିଶା, ମଧ୍ୟପ୍ରଦେଶ, ଛତିଶଗଡ଼ରେ ୪ରୁ ୫ ଦିନ ଧରି ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ସେପ୍ଟେମ୍ବର ୧ରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ବିଭିନ୍ନ ସ୍ଥାନରେ ୭୦ରୁ ୮୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ତାହାକୁ ଦୃଷ୍ଟିରେ ରଖି ୧ରୁ ୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।

ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତର ଆଶଙ୍କା ରହିଛି। ‌୧ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ଯଥା ମାଲକାନଗିରି, ‌କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ପୁରୀ, କଟକ, ନୂଆପଡ଼ା ଓ ବଲାଙ୍ଗିରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ।

Comment