ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଲଘୁଚାପ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶାରେ ସକ୍ରିୟ ହୋଇ ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୪ଦିନ ଧରି ବର୍ଷା ହେବାର ସମ୍ଭାବନା ରହିଛି।

ଲଘୁଚାପ ଯୋଗୁଁ ଆସନ୍ତାକାଲି ଗଣେଶ ପୂଜାରେ ପାଇଁ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡ଼ା ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

Comment