ଓଡ଼ିଶାଲାଇଭ ବ୍ୟୁରୋ


ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶ ଉପରେ ଘୂର୍ଣ୍ଣିବଳୟ ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିଭଳି ଆସନ୍ତା ୨୪ ଘଣ୍ଟା ଭିତରେ ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪ ଘଣ୍ଟା ପରେ ଓଡିଶାର ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ରାୟଗଡା ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ହବିବୁର ରେହମାନ କହିଛନ୍ତି ।

ଲଘୁଚାପ ପ୍ରଭାବ ଯୋଗୁଁ ସେପ୍ଟେମ୍ବର ୨ ରୁ ୩ ତାରିଖ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାୟଗଡ଼ାର ମୁନିଗୁଡ଼ାଠାରେ ସର୍ବାଧିକ ୫୮ ମିମି ବର୍ଷା ରେକର୍ଡ କରାଯାଇଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ କହିଛନ୍ତି।

Comment