ଓଡ଼ିଶାଲାଇଭ୍‌ ବ୍ୟୁରୋ

ମଙ୍ଗଳବାର ସନ୍ଧ୍ୟାସୁଦ୍ଧା ରାଜ୍ୟର ୧୩ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ଲାଟେଷ୍ଟ ବୁଲେଟିନ ଅନୁଯାୟୀ, ଆଜି ଅପରାହ୍‌ଣ ୪.୪୫ ମଧ୍ୟରେ ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡ଼ଶ, ପୁରୀ, ଖୋର୍ଦ୍ଧା, କୋରାପୁଟ, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

ଏମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

Comment