ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ଧରି ପ୍ରବଳ ବର୍ଷିବ। ଗୁରୁବାରଠାରୁ ରାଜ୍ୟର କେତେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ ପକ୍ଷରୁ ୮ଟି ଜିଲ୍ଲାରେ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ପୁରୀ ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼ ଏବଂ କଟକ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Comment