ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବୁଧବାର ବର୍ଷା ହୋଇଥିଲା। ଲଘୁଚାପ ପ୍ରଭାବରେ ଆଗାମୀ ୩୬ ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
କୋରାପୁଟ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡା ଓ ବରଗଡ଼ର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୁରୁବାର ଓ ଶୁକ୍ରବାର ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାଲାଗି ବାରଣ କରାଯାଇଛି।