ଓଡ଼ିଶାଲାଇଭ୍ ବ୍ୟୁରୋ

ମଧ୍ୟ ଉପକୂଳ ଓଡ଼ିଶାରେ ଲଘୁଚାପ ସୃଷ୍ଟି ହୋଇ ଦୁଇ ଦିନ ଧରି ସ୍ଥିର ରହିବା ଫଳରେ ଗୁରୁବାର ରାତିରୁ ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଲଘୁଚାପ ସହିତ ଏହି ୧୯ଟି  ଅଞ୍ଚଳରେ ସମୁଦ୍ର ପତନରୁ ୭.୬ କିମି ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଯୋଗୁଁ ବର୍ଷାର ପ୍ରଭାବ ଲାଗି ରହିବ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି।

ଓଡ଼ିଶାର ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଗୁରୁବାର ରାତିରୁ ଶୁକ୍ରବାର ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଜାରି ରହିବ ବୋଲି ଜଣାପଡ଼ିଛି।

ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ଗଜପତି, ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, ବଲାଙ୍ଗିର , ବୌଦ୍ଧ ଏବଂ ସୋନ୍‌ପୁରରେ ଗୁରୁବାରରୁ ରବିବାର (ଅର୍ଥାତ୍ ସେପ୍ଟେମ୍ବର ୫ରୁ ୮ ତାରିଖ ପର୍ଯ୍ୟନ୍ତ) ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Comment