ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ପୁରୀ ଗସ୍ତରେ ଆସୁଛନ୍ତି ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ କ୍ୟୁରି ରଞ୍ଜିତ କୁମାର ଓ ସିଲିସିଟର ଜେନେରାଲ ତୁଷାର ମେହେଟ୍ଟା। ଉଚ୍ଛେଦ ପ୍ରକ୍ରିୟା ଜାରି ରହିଥିଲା ବେଳେ ଏହାକୁ ନେଇ ବଢ଼ୁଥିବା ବିରୋଧ ସହିତ ବାସ୍ତବ ସ୍ଥିତିର ଅନୁଧ୍ୟାନ କରିବେ ଆମିକସ୍ କ୍ୟୁରି। ଏହି ଗସ୍ତରେ ଆମିକସ କ୍ୟୁରି ଜିଲ୍ଲା ପ୍ରଶାସନ ଓ ମନ୍ଦିର ପ୍ରଶାସନ ସହିତ ଆଲୋଚନା କରିବେ।

ଏହା ବ୍ୟତୀତ ଭଙ୍ଗା ହୋଇଥିବା ଓ ଭଙ୍ଗା ହେବାକୁ ଥିବା ମଠ ମହନ୍ତ ଓ ସ୍ଥାନୀୟ ଲୋକଙ୍କ ସହ ମଧ୍ୟ କଥାବାର୍ତ୍ତା ହେବେ। ଏଠାରେ ଅନୁଧ୍ୟାନ ସାରି ସୁପ୍ରିମକୋର୍ଟଙ୍କୁ ରିପୋର୍ଟ ଦେବେ ଆମିକସ କ୍ୟୁରି।

ସାଢ଼େ ଏଗାରଟା ସମୟରେ ପୁରୀରେ ପହଁଚିବାର କାର୍ଯ୍ୟକ୍ରମ ରହିଛି।

LEAVE A REPLY

Please enter your comment!
Please enter your name here