ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର ବଙ୍ଗୋବସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜି ଓ ଆସନ୍ତା କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ୨୪ ଘଣ୍ଟା ମଧ୍ୟରେ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ନୂଆପଡ଼ା, ବଲାଙ୍ଗିର, ବରଗଡ଼, ନବରଙ୍ଗପୁର, ବରଗଡ଼, ବୌଦ୍ଧ, ସୋନୁପର, କଳାହାଣ୍ଡିରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ କିଛି ସ୍ଥାନରେ ଭୂସ୍ଖଳନ ଓ ବନ୍ୟାସ୍ଥିତି ଉପୁଜିବାର ଆଶଙ୍କା ଥିବାରୁ ଜିଲ୍ଲପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ରହିଛି। ବନ୍ୟା ମୁକାବିଲା ପାଇଁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ କରିବା ପାଇଁ ପୂର୍ବ ପ୍ରସ୍ତୁତି କରିବାକୁ ଏବଂ ରନ୍ଧାଖାଦ୍ୟ, ପାନୀୟ, ଆଲୋକ ଓ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ରହିଛି।

Comment