ଓଡ଼ିଶାଲାଇଭ୍ ବ୍ୟୁରୋ

ପୁରୀରେ ପହଞ୍ଚିଛନ୍ତି ଆମିକସ୍‌ କ୍ୟୁରି ରଞ୍ଜିତ୍‌ କୁମାର ଓ ସିଲିସିଟର ଜେନେରାଲ ତୁଷାର ମେହେଟ୍ଟା। ଉଭୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

ଉଭୟ ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ବୁଲିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ।

ଏହି ଗସ୍ତରେ ଅମିକସ୍‌ କ୍ୟୁରି ଜିଲ୍ଲା ପ୍ରଶାସନ ଓ ମନ୍ଦିର ପ୍ରଶାସନ ସହ ଆଲୋଚନା କରିବେ।

ଏହା ବ୍ୟତୀତ ଭଙ୍ଗା ହୋଇଥିବା ଓ ଭଙ୍ଗା ହେବାକୁ ଥିବା ମଠ ମହନ୍ତ ଓ ସ୍ଥାନୀୟ ଲୋକଙ୍କ ସହ ମଧ୍ୟ କଥାବାର୍ତ୍ତା ହେବେ। ଏଠାରେ ଅନୁଧ୍ୟାନ ସାରି ସୁପ୍ରିମକୋର୍ଟଙ୍କୁ ରିପୋର୍ଟ ଦେବେ ଆମିକସ କ୍ୟୁରି।

Comment