ଓଡ଼ିଶାଲାଇଭ୍‌ ବ୍ୟୁରୋ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଯାହା ଫଳରେ କି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ଆସନ୍ତା ୨୪ ଝଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ଏନେଇ ପାଣିପାଗ ବିଭାଗ ରାଜ୍ୟର ସୋନପୁର, ବରଗଡ଼,, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ଅନୁଗୋଳ, ବୌଦ୍ଧ ବଲାଙ୍ଗିର, ନୂଆପଡା ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏସ୍‌ଆର୍‌ସି ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଚିଠି ଲେଖିଛନ୍ତି। ଏସ୍‌ଆର୍‌ସି ସମ୍ଭାବ୍ୟ ବନ୍ୟା ଏବଂ ଭୁସ୍ଖଳନ ପାଇଁ ସଜାଗ ରହିବାକୁ ଜିଲ୍ଲାପାଳକୁ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ଏହି ସମୟରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବିଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Comment