ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଏହାରି ପ୍ରଭାବରେ ଆସନ୍ତା ୨୪ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ନୂଆପଡ଼ାରେ ଆହୁରି ୨୪ଘଣ୍ଟା ଅତି ପ୍ରବଳ ବର୍ଷା ହେବ। ଏସବୁ ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ମଧ୍ୟ ରହିଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।