ଓଡ଼ିଶାଲାଇଭ୍ ବ୍ୟୁରୋ

ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଟୁଇଟ୍‌ କରି ନବୀନ ଲେଖିଛନ୍ତି, ‘‘ବିଶିଷ୍ଟ ସାମ୍ବାଦିକ ତଥା ଅର୍ଥନୀତି ବିଶାରଦ ଦିଲ୍ଲୀପ ଶତପଥୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।’’

ଶୋକସନ୍ତପ ପରିବାରଲୋକଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନଗୋଙ୍କ ସମେତ ବହୁ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।

ରବିବାର ବିଳମ୍ବିତ ରାତିରେ ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ହୋଇଥିଲା।

ରବିବାର ରାତିରେ ସେ ହଠାତ୍‌ ଅସୁସ୍ଥ ହୋଇପଡ଼ିବାରୁ ପରିବାର ଲୋକ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ।

LEAVE A REPLY

Please enter your comment!
Please enter your name here