ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୧୧ ତାରିଖ ଯାଏଁ ରାଜ୍ୟରେ ମଧ୍ୟମ ଧରଣର ବର୍ଷା। ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଓଡ଼ିଶା ଉପରେ ଥିବା ଲଘୁଚାପ ବଳୟ ବର୍ତ୍ତମାନ ଛତିଶଗଡ଼ ଓ ମଧ୍ୟପ୍ରଦେଶ ଆଡ଼କୁ ଗତି କରିବାରେ ଲାଗିଛି। ଫଳରେ ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଛି। କିନ୍ତୁ ଆସନ୍ତା ୧୧ ତାରିଖ ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ କରିବାକୁ ବାରଣ କରାଯାଇଛି।

Comment