ଓଡ଼ିଶାଲାଇଭ୍ ବ୍ୟୁରୋ

୧୪ ଯାଏଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ମୌସୁମୀ ସକ୍ରିୟ ରହିଥିବାରୁ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

୧୧ରୁ ୧୪ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଅର୍ଥାତ୍‌ ୧୧ ତାରିଖରେ

ଅନ୍ୟପଟେ ଆଜି ରାଜ୍ୟର ୧୨ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ସମ୍ଭାବନା ରହିଛି। ସକାଳ ସମୟରେ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କଟକ, ଢେଙ୍କାନାଳର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

୧୨ ଓ ୧୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଢେଙ୍କାନାଳ, ଅନୁଗୁଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାରେ ବର୍ଷା ହେବ। ୧୩ ଓ ୧୪ରେ ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।

ଏହି ଜିଲ୍ଲା ଗୁଡ଼ିକ ହେଲା ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ନୟାଗଡ଼।

Comment